ଭାରତ

ରାଜପଥର ନାମ ବଦଳି ହେଲା କର୍ତ୍ତବ୍ୟ ପଥ

ନୂଆଦିଲ୍ଲୀ : ରାଜପଥ ନୁହେଁ କର୍ତ୍ତବ୍ୟ ପଥ । ଦେଶର ରାଜଧାନୀ ଦିଲ୍ଲୀରେ ରାଷ୍ଟ୍ରପତି ଭବନରୁ ଇଣ୍ଡିଆ ଗଟେ ପର୍ଯ୍ୟନ୍ତ ଥିବା ସଡକକୁ ଏବେ କର୍ତ୍ତବ୍ୟ ପଥ ନାମରେ ନାମିତ କରାଯିବ । ଏନେଇ ନୂଆ ଦିଲ୍ଲୀ ନଗର ପାଳିକା ପରିଷଦ ପକ୍ଷରୁ ବୁଧବାର ବସିଥିବା ବୈଠକରେ ଅଣାଯାଇଥିବା ପ୍ରସ୍ତାବ ଉପରେ ମୋହର ଲାଗିଛି ।

ଇଣ୍ଡିଆ ଗେଟ ନିକଟରେ ଥିବା ନେତାଜୀଙ୍କ ପ୍ରତିମୂର୍ତ୍ତୀ ଠାରୁ ରାଷ୍ଟ୍ରପତି ଭବନ ପର୍ଯ୍ୟନ୍ତ ଏବେ ରାଜପଥ ନୁହେଁ ବରଂ କର୍ତ୍ତବ୍ୟ ପଥ ବୋଲି କୁହାଯିବ । ଏନଡିଏମସି ଅଧିକାରୀ ଏହା ପୂର୍ବରୁ କହିଥିଲେ କି ସହର ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ପ୍ରସ୍ତାବ ପ୍ରାପ୍ତ ହୋଇଛି । ଏହାପରେ ଏହାକୁ ବୈଠକରେ ମଞ୍ଜୁରୀ ପ୍ରଦାନ କରାଯାଇଛି । ଏନଡିଏମସି ର ଉପାଧ୍ୟକ୍ଷ ସତୀଶ ଉପାଧ୍ୟୟ କହିଛନ୍ତି କି ଏନଡିଏମସି ବୈଠକରେ ଏହି ପ୍ରସ୍ତାବ ପାରିତ ହେବା ପରେ ଏବେ ଏନେଇ ଏକ ଅଧିସୂଚନା ଜାରି କରାଯିବ । ଏହାପରେ ଅନୁମତି ମିଳିବା ପରେ ଇଣ୍ଡିଆ ଗେଟ ନିକଟରେ ଥିବା ନେତାଜୀଙ୍କ ପ୍ରତିମୂର୍ତ୍ତୀ ଠାରୁ ରାଷ୍ଟ୍ରପତି ଭବନ ପର୍ଯ୍ୟନ୍ତ ପୁରା କ୍ଷେତ୍ରକୁ କର୍ତ୍ତବ୍ୟ ପଥ ନାମରେ ନାମିତ କରାଯିବ ।

Related posts

ଧୁରନ୍ଧରର ଆୟକୁ ନେଇ ସାମ୍ନାକୁ ଆସିଲା ନୂଆ ରିପୋର୍ଟ

mahabharatanews

ବଜେଟ ଉପସ୍ଥାପନ : ସବୁ ବର୍ଗର ବ୍ୟକ୍ତିଙ୍କୁ ଖୁସି କରିବାକୁ ଚେଷ୍ଟା କରିପାରନ୍ତି କେନ୍ଦ୍ରସରକାର

mahabharatanews

କୋର୍ଟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍

mahabharatanews