ଓଡିଶା

ରାଜ୍ୟରେ କରୋନା ସଂକ୍ରମଣରେ ହ୍ରାସ ଘଟିଥିବା ବେଳେ ମୃତ୍ୟୁରେ ଲାଗୁନି ବ୍ରେକ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଗତ ସପ୍ତାହରୁ ୩ ଅଙ୍କକୁ ହ୍ରାସ ପାଇଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁ ନାହିଁ । ଗତ ୨୪ ଘଣ୍ଟା ରାଜ୍ୟରେ ୭୪୯କରୋନା ପଜିଟିଭ୍ ଚିହ୍ନଟ ଥିବା ବେଳେ ମୃତ୍ୟୁ ସଂଖ୍ୟା ୧୬ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୯୪୦୮ରେ ଓ ମ୍ୟତ୍ୟୁ ସଂଖ୍ୟା ୧୫୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୩୭ କ୍ବାରେଣ୍ଟାଇନ୍‌ରୁ ବାହାରିଥିବା ବେଳେ ୩୧୨ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

୭୪୯ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୮ଜଣ, ବରଗଡ଼ ଜିଲ୍ଲାରୁ ୨୪ଜଣ, ଭଦ୍ରକ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୪ଜଣ, କଟକ ଜିଲ୍ଲାରୁ ୩୭ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୧ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂପୁର ଜିଲ୍ଲାରୁ ୪୮ଜଣ, ଯାଜପୁର ଜିଲ୍ଲାରୁ ୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ଜଣ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୦ଜଣ, କେନ୍ଦୁଝର ଜିଲ୍ଲାରୁ ୪୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୮ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୫ଜଣ, ଷ୍ଟେଟ ପୁଲ୍‌ରୁ ୨୧ଜଣ ରହିଛନ୍ତି । ସେହିପରି ୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ, ଦେବଗଡ, ଖୋର୍ଦ୍ଧା, ମୟୁରଭଞ୍ଜ, ନୟାଗଡ, ପୁରୀ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

By Shila

Related posts

ଆସନ୍ତାକାଲି ଶପଥ ନେବେ ନୂଆ ମନ୍ତ୍ରୀ

mahabharatanews

ପୋଟେରୁ କେନାଲ ଡିଭିଜନରେ ବିଭାଜନସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ – ୨୦୨୬ ଉଦ୍‌ଘାଟିତ

mahabharatanews

ଘନେଇବାରେ ଲାଗିଛି ଡେଙ୍ଗୁ ଆତଙ୍କ; ଜଣେ ରୋଗୀ ଚିହ୍ନଟ

mahabharatanews