ଭୁବନେଶ୍ୱର: ରାଜ୍ୟରେ କରୋନା ନୂଆ କରୋନା ମାମଲାରେ ହ୍ରାସ ଘଟିଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ କରୋନାରେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଫଳରେ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୬୦କୁ ବୃଦ୍ଧି ପାଇଛି । ୧୭ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ସୁବର୍ଣ୍ଣପୁର ଓ ଜଗତସିଂହପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ଼, ଭଦ୍ରକ, ଖୋର୍ଦ୍ଧା, କଟକ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୦୦୫୨ ଆକ୍ରାନ୍ତ ଚିହ୍ନଟ ହୋଇ ହୋଇଥିବା ବେଳେ ୯୨୮୦ ଆକ୍ଟିଭ୍ କେସ୍ ରହିଛି । ୨୯୯୧୫୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୫୬୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୩୩୦୯୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
previous post
next post
