ଓଡିଶା

ରାଜ୍ୟରେ ପୁଣି ୧୧ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଆଉ ୧୧ କୋରୋନା ପଜିଟିଭ ଚିହ୍ନଟ । ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ୧୦୬୩ ରେ ପହଁଞ୍ଚିଛି ପଜିଟିଭ । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହି ୧୧ ଆକ୍ରାନ୍ତ କଳାହାଣ୍ଡି ଜିଲ୍ଲାରୁ ଚିହ୍ନଟ ହୋଇଛି ।ଏମାନଙ୍କ ଭିତରୁ ୧୦ ମହାରାଷ୍ଟ୍ର, ଗୁଜରାଟ ଓ ଛତିଶଗଡ଼ରୁ ଫେରିଛନ୍ତି । ବାହାରୁ ଫେରି କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ। ଅନ୍ୟ ଜଣେ ଟେମ୍ପରାରି ମେଡିକାଲ୍‌ ସେଣ୍ଟର (ଟିଏମ୍‌ସି) ସୁପରଭାଇଜର ଅଛନ୍ତି। ରକ୍ତ ଓ ସ୍ୱାବ୍‌ ଟେଷ୍ଟରୁ ଏମାନେ ‘କରୋନା’ରେ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଛି। ସମସ୍ତଙ୍କୁ କୋଭିଡ୍‌ ହସ୍ପିଟାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି। ଏବେ ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି। ଦେଇଥିଲେ।ଏ ନେଇ କଳାହାଣ୍ଡି ଜିଲ୍ଲାପାଳ ଡକ୍ଟର ଗାଭାଲି ପରାଗ ହର୍ଷଦ ସୂଚନା ଦେଇଛନ୍ତି ।

ପୂର୍ବରୁ କଳାହାଣ୍ଡି ଜିଲ୍ଲାରେ ୨ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେମାନେ ସମସ୍ତେ ଆରୋଗ୍ୟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜି ୭୪ ଜଣ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେମାନଙ୍କ ଭିତରୁ ବୌଦ୍ଧରୁ ସର୍ବାଧିକ ୨୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୧୧ଜଣ, କଟକରୁ ୯, ଖୋର୍ଦ୍ଧାରୁ ୭, ଗଂଜାମରୁ ୬, ଯାଜପୁରରୁ ୬, କେନ୍ଦ୍ରାପଡ଼ାରୁ ୨, ମାଲକାନଗିରିରୁ ୨, ବାଲେଶ୍ୱରରୁ ଜଣେ, ଢେଙ୍କାନାଳରୁ ଜଣେ ଓ କନ୍ଧମାଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କ୍ଷ

Related posts

କଳାହାଣ୍ଡି ଜିଲ୍ଲାରେ ପ୍ରଥମ କରୋନା ରୋଗୀ ଚିହ୍ନଟ

mahabharatanews

ସଡକ ଦୁର୍ଘଟଣାରେ ମାଛ ବ୍ୟବସାୟୀଙ୍କ ମୃତ୍ୟୁ

mahabharatanews

ଗର୍ଭବତୀଙ୍କୁ ଖଟିଆରେ ୩୦ କିମି ବୋହିଲେ ଡାକ୍ତର

mahabharatanews