ଓଡିଶା

ରାଜ୍ୟର ୨୧ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସମ୍ଭାବନା 

(ଭୁବନେଶ୍ୱର) : ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିଲେ ମଧ୍ୟ ଆଜି ସକାଳୁ ରାଜ୍ୟର ଏକାଧିକ ଜିଲ୍ଲାରେ ବର୍ଷା ଲାଗି ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ, ଆଭ୍ୟନ୍ତରୀଣ, ଉତ୍ତର ଓ ପଶ୍ଚିିମ ଓଡ଼ିଶାର ୨୧ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହଥିବା ବେଳେ ୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଜି (ମଙ୍ଗଳବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୩ ଅଗଷ୍ଟ, ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ୨୧ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି।ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ପ୍ରଭୃତି ୨୧ ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ଗଜପତି, ରାୟଗଡ଼ା ଓ କନ୍ଧମାଳ ପ୍ରଭୃତି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି)ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Related posts

ପୋଖରିରେ ବାପା ଝିଅଙ୍କ ସଲିଳ ସମାଧି

mahabharatanews

ପ୍ରବଳ ଖରା: ସମ୍ବଲପୁରରେ ୪୩.୨ ଡିଗ୍ରି ରେକର୍ଡ

mahabharatanews

ରାଜ୍ୟରେ ସଂକ୍ରମଣ ହାର ପୁଣି ବଢ଼ିଲା

mahabharatanews