ଓଡିଶା

ଲଘୁଚାପ ଅବପାତର ରୂପ ନେଇଛି,୧୨ ଘଣ୍ଟାରେ ସାମୁଦ୍ରିକ ବାତ୍ୟାର ରୂପ ନେବ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେଇଛି । ୧୨ ଘଣ୍ଟାରେ ଏହା ସାମୁଦ୍ରିକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମ।।ନ ଏହା ଗୋପାଳପୁରଠାରୁ ପୂର୍ବ ଓ ଦକ୍ଷିଣ ପୂର୍ବରେ ୫୧୦ କିମି ଦୂରରେ ରହିଛି।
ପାଣିପାଗ ବିଭାଗ ସୂଚନା ଅନୁଯାୟୀ,ଏବେ ୬ ଘଣ୍ଟାରେ ଏହା ୧୨ କି.ମି ବେଗରେ ଉପକୂଳ ଆଡେ ଗତିକରୁଛି । ଏହି ସାମୁଦ୍ରିକ ଝଡ଼ ରବିବାର ସନ୍ଧ୍ୟା ସୁଦ୍ଧା ସ୍ଥଳଭାଗ ଛୁଇଁବା ସମ୍ଭାବନା ବାତ୍ୟା ପ୍ରଭାବରେ ଗୋପାଳପୁର ଓ ବିଶାଖାପାଟଣା ମଝି କଳିଙ୍ଗପତନମରେ ଲ୍ୟାଣ୍ଡଫଲ୍ ହେବାର ଆଶଙ୍କା। ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟାକୁ ୭୦ରୁ ୮୦ କିମି ରହିବ ବୋଲି ପାଣିପାଗ ବିଭ।ଗ ଆକଳନ କରିଛି।
ଏହି ସମୟରେ ସମୁଦ୍ର ଅଶାନ୍ତ ରବିବାରୁ ମତ୍ସ୍ୟଜୀବୀଙ୍କୁ ଆଜିଠାରୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି। ସାମୁଦ୍ରିକ ଝଡ଼ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକ ବେଶି ପ୍ରଭାବିତ ହେବାର ଆଶଙ୍କା ରହିଛି। ସେହି ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ କନ୍ଧମାଳ । ଏହି ଜିଲ୍ଲାଗୁଡ଼ିକରେ ଅକସ୍ମାତ ବନ୍ୟା ଓ ଭୂସ୍ଖଳନ ପରିସ୍ଥିତି ଉପୁଜିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

 

Related posts

ତାଳପଦା ସାଇଦୁର୍ଗା ସ୍ୱୟଂ ସହାୟକ ଗୋଷ୍ଠି ଦ୍ୱାରା ୫୦୦ ମାସ୍କ ବଣ୍ଟନ

mahabharatanews

ସଫଳ ହେଲା ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପୃଥିବୀ-୨ର ପରୀକ୍ଷଣ

mahabharatanews

ନୂଆପଡ଼ାରୁ ବିପୁଳ ମାଓ ସାମଗ୍ରୀ ଜବତ

mahabharatanews