ଓଡିଶା

ଲଘୁଚାପ ପ୍ରଭାବରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୭ ତାରିଖ ସୁଦ୍ଧା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ହେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବାର ସମ୍ଭାବନା ରହିଛି। ଏହା ଆଜି ଠାରୁ ୭ ତାରିଖ ଯାଏଁ ଉତ୍ତର-ପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ହସ୍ତଗତ ସୂଚନା ଅନୁସାରେ ଆଗାମୀ ଚାରିଦିନ ପର୍ୟ୍ୟନ୍ତ ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି। ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦୁଝର. ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ରାୟଗଡା, କଳାହାଣ୍ଡି ଓ କନ୍ଧମାଳରେ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର ୧୨ଟି ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଥିବା ନେଇ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୫ ତାରିଖ ଦିନ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏଥିପାଇଁ ୧୨ ଜିଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କିଛି ଜିଲାରେ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସହ କୁଆପଥର ବର୍ଷାର ସମ୍ଭାବନା ମଧ୍ୟ ରହିଛି।

Related posts

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି

mahabharatanews

ରାଜ୍ୟରେ ଆଜି ପୁଣି କରୋନା ନେଲା ୧୧ ମୁଣ୍ଡ

mahabharatanews

ମେ’ ରେ ହେବ କଲରାପତରିଆ ବାଘ ଗଣନା

mahabharatanews