ଯାଜପୁର: ଶବଦାହ ସାରି ଫେରୁଥିବା ବେଳେ ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଧୀନ ଏନ୍ଏଚ୍-୧୬ର ଭାଲୁଖାଇ ନିକଟରେ ଏକ ଟ୍ରକ୍ ସହ ଆମ୍ବୁଲାନ୍ସର ମୁହାଁମୁହିଁ ଧକ୍କା ହେବାରୁ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ସମେତ ଛଅ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଧର୍ମଶାଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଦୁଇ ଜଣଙ୍କ ଅବସ୍ଥା ଗୁରତର ଥିବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁଯାୟୀ, ଆଜି ସକାଳେ ପୁରୀରୁ ଶବଦାହ ସାରି ଛଅ ଜଣ ଆମ୍ବୁଲାନ୍ସ ଯୋଗେ ଭଦ୍ରକ ଫେରୁଥିଲେ। ଏହି ସମୟରେ ସାମ୍ନାରୁ ଆସୁଥିବା ଏକ ଟ୍ରକ୍ ସହ ଆମ୍ବୁଲାନ୍ସର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଆମ୍ବୁଲାନ୍ସର ଡ୍ରାଇଭରଙ୍କ ସମେତ ୬ ଜଣ ଆହତ ହୋଇଛନ୍ତି । ପୁଲିସ୍ ଟ୍ରକ ଡ୍ରାଇଭର ଓ ହେଲପରଙ୍କୁ ଅଟକ ରଖିବା ସହ ଟ୍ରକ୍କୁ ମଧ୍ୟ ଜବତ କରିଛି।
