ଓଡିଶାପାଣିପାଗ

ସକ୍ରିୟ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ୫ ଦିନ ବର୍ଷିବ

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ଗୋଟିଏ ପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି, ଅନ୍ୟପଟେ ଉତ୍ତର ଓଡ଼ିଶା ଉପକୂଳକୁ ଲାଗି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଯୋଗୁ ଆଗାମୀ ୩୧ ଯାଏଁ ରାଜ୍ୟ ତମାମ ବର୍ଷାର ପ୍ରଭାବ ରହିବ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା ରହିଥିବା ବେଳେ ଆଲର୍ଟରେ ଥିବା ୧୩ଟି ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ପ୍ରସ୍ତୁତ ରହିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ଆଜି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ସେହିପରି ସୋମବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ, ବାଲେଶ୍ୱର ଏବଂ ଯାଜପୁର ଜିଲ୍ଳାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଦୁଇ ଦିନ ପାଇଁ ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତା ୩୧ ତାରିଖ ପର୍ୟ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି, ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀ ମାନଙ୍କୁ ପ୍ରବେଶ ଉପରେ ମଧ୍ୟ ବାରଣ କରାଯାଇଛି।

Related posts

ଆରମ୍ଭ ହେଲା ସିଂହଦୁଆରରେ ରୁପାରେ ଛାଉଣୀ  କାମ

mahabharatanews

ପଞ୍ଚଦଶତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଦ୍ରୌପଦୀ ମୁର୍ମୁ

mahabharatanews

ଜନପ୍ରିୟ ସାଂସଦ ମହେଶ ସାହୁଙ୍କ ପକ୍ଷରୁ ବିଭିନ୍ନ ପ୍ରକଳ୍ପର ସମୀକ୍ଷା

mahabharatanews