ପୁରୀ: ଆସନ୍ତାକାଲି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ସନ୍ଧ୍ୟା ୬ଟାରୁ ୧୦.୦୦ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ । ତେବେ ଆସନ୍ତାକାଲି ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ମହାପ୍ରଭୁଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ହେବ। ଅପରାହ୍ନରେ ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତ ମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ଲାଗି ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଆଦି ବ୍ୟବହାର କରାଯିବ । ଏହାଦ୍ବାରା ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ ।
