ଓଡିଶା

ସମ୍ଭାବ୍ୟ ବାତ୍ୟା ପାଇଁ ସତର୍କ ସୂଚନା ଜାରି

(ଭୁବନେଶ୍ୱର) :  ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ୩୦ ତାରିଖ ତଥା ଗୁରୁବାର ସୁଦ୍ଧା ଅବପାତରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ ଏହା ଦକ୍ଷିଣ-ପଶ୍ଚିମ ଦିଗରେ ଗତି କରିବା ସହ ଡିସେମ୍ବର ୨ ବେଳକୁ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ବାତ୍ୟା ରୂପ ନେଇପାରେ। ଏହାର ପ୍ରଭାବରେ ଡିସେମ୍ବର ପହିଲାରୁ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ୨ ତାରିଖ ବେଳକୁ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିମି ଏବଂ ସ୍ଥଳ ବିଶେଷରେ ୭୦ କିମି ପର୍ଯ୍ୟନ୍ତ ପହଞ୍ଚିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସୂଚନାନୁଯାୟୀ , ତେବେ ବାତ୍ୟା କେଉଁଠି ସ୍ଥଳ ଭାଗ ସ୍ପର୍ଶ କରିବ ସେନେଇ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍‌ କମିସନର(ଏସ୍‌ଆରସି)ଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଡିସେମ୍ବର ୧ରୁ ମତ୍ସ୍ୟଜୀବୀଙ୍କୁ କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଏଥିସହ ଯେଉଁମାନେ ଗଭୀର ସମୁଦ୍ରରେ ରହିଛନ୍ତି ସେମାନେ ତୁରନ୍ତ ଉପକୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ଡିସେମ୍ବର ୩ ଓ ୪ରେ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନ ଏବଂ ୫ ଓ ୬ ତାରିଖରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ।

Related posts

ଗଡ଼ିଲା ଭୁବନେଶ୍ୱର – ଅଯୋଧ୍ୟା ଆସ୍ଥା ସ୍ପେସିଆଲ ଟ୍ରେନ

mahabharatanews

୨ ଦିନ ପାଇଁ ବୁର୍ଲା ସଟଡାଉନ

mahabharatanews

ଆଜି ପୀଠେ ଦଶହରା , ମଣ୍ଡପରେ ମହାନବମୀ

mahabharatanews