ଓଡିଶା

ସର୍କିଟ୍ ହାଉସ୍ ସମ୍ମିଳନୀ କକ୍ଷ ପୁରୀ ଠାରେ ଜିଲ୍ଲା ଓଏଏସ ଅଧିକାରୀ ସଂଘର ବୈଠକ ଅନୁଷ୍ଠିତ

ପୁରୀ /ଜୟନ୍ତ ସେଠି : ସର୍କିଟ୍ ହାଉସ୍ ସମ୍ମିଳନୀ କକ୍ଷ ପୁରୀ ଠାରେ ଜିଲ୍ଲା ଓଏଏସ ଅଧିକାରୀ ସଂଘର ଏକ ବୈଠକ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ତଥା ସଂଘର ସଭାପତି ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା | ଏଥିରେ ସଂଘର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା ହେବା ସହ ସଂଘର ପୁର୍ନଗଠନ କରାଯାଇଥିଲା। ନୂତନ କମିଟି ଗଠନ ସହ ସଦସ୍ୟ ମାନଙ୍କର କଲ୍ୟାଣ ଓ ସୁରକ୍ଷା ପାଇଁ ସଂଘର ଦାୟିତ୍ୱ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏଥିସହ ରାଜ୍ୟ ସ୍ତରରେ ଓଏଏସ ଆସୋସିଏସନର ସ୍ୱଳ୍ପ ରହଣି ପାଇଁ ଜମି ଚୂଡାନ୍ତ ହୋଇଛି । ୯ ଓ ୧୦ ତାରିଖ ରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ଆସୋସିଏସନ୍ ବୈଠକରେ ଆଲୋଚନା ପାଇଁ ବିବିଧ ପ୍ରସ୍ତାବ ଦିଆଯାଇଛି। ସଦସ୍ୟ ମାନଙ୍କର ଅନ୍ୟାନ୍ୟ ବିଷୟ ଉପରେ ଆଲୋଚନା କରାଯାଇଥିଲା ଏବଂ ସେହି ଅନୁଯାୟୀ ସଂକଳ୍ପ ପାରିତ ହୋଇଥିଲା | ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଦିଲ୍ଲୀପ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ଉପଜିଲ୍ଲାପାଳ ଭବତାରଣ ସାହୁ, ପୌରନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ ଅନ୍ୟାନ୍ୟ ଓଏଏସ ଅଧିକାରୀ ମାନେ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Related posts

ଅବହେଳିତ ଅବସ୍ଥାରେ ସୋର ଶିଶୁ ଉଦ୍ୟାନ

mahabharatanews

ସମ୍ଭାବ୍ୟ ବାତ୍ୟା ପାଇଁ ସତର୍କ ସୂଚନା ଜାରି

mahabharatanews

ସଭାପତି ଭାବେ ଦାୟିତ୍ୱ ନେବେ ବିଜେଡି ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ

mahabharatanews