ଓଡିଶା

ହିଟୱେଭ୍ : ଆଜି ୧୦ ଜିଲ୍ଲାକୁ ଅରେଞ୍ଜ ଓ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 

(ଭୁବନେଶ୍ୱର) : ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି ରହିଛି । ତେବେ ଏହାରି ଭିତରେ ଗତକାଲି ହୋଇଥିବା କାଳ ବୈଶାଖୀ ସାମାନ୍ୟ ଆଶ୍ୱସ୍ତି ଆଣି ଦେଇଛି। କିନ୍ତୁ ଆଜି ମଧ୍ୟ ଖରା ପ୍ରକୋପ ଜାରି ରହିବ। ଏହା ସତ୍ତ୍ଵେ ହିଟୱେଭ୍ ନେଇ ଆଜି ୧୦ ଜିଲ୍ଲାକୁ ଅରେଞ୍ଜ ଓ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ୫ ତାରିଖ ପରେ ରାଜ୍ୟରେ ଦିନ ତାପମାତ୍ରା ୨ରୁ ୫ଡିଗ୍ରୀ ସେଲସିୟସ୍ ଖସିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ସୂଚନାନୁଯାୟୀ , ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ପାଣିପାଗର କେନ୍ଦ୍ରର ସୂଚନାଅନୁସାରେ ନୟାଗଡ଼, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଓ ଝାରସୁଗୁଡ଼ାରେ ଟାଣ ଖରା ହେବ । ଏଥିପାଇଁ ଏହି ଜିଲ୍ଲାକୁଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିପରି ୧୧ ଜିଲ୍ଲାକୁ ଦିଆଯାଇଛି ୟେଲୋ ମଧ୍ୟ ଜାରି କରାଯାଇଛି । ୬ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

Related posts

ବଡ ଖବର: ଆସନ୍ତା ୬ତାରିଖ ଦିନ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ

mahabharatanews

ଏଏସଆଇଙ୍କ ଘରେ ଭିଜିଲାନ୍ସ ଚଢାଉ

mahabharatanews

୨୦୦ ଶିଳ୍ପ ପ୍ରତିନିଧିଙ୍କୁ ଭେଟି ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ

mahabharatanews