ଓଡିଶା

ୟୋଲୋ ୱାର୍ଣ୍ଣିଙ୍ଗ୍ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣଝଡ ଯୋଗୁ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରୋ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ରହିଛି । ଏଥିପାଇଁ ଆଜିଠୁ ୫ ଦିନ ଯାଏ ରାଜ୍ୟରେ ବିଭନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି କଟକ, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, ସମ୍ବଲପୁର, ଦେଓଗଡ, ଅନୁଗୁଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଅଛି । ଖୋର୍ଦ୍ଧା, ପୁରୀ, କୋରାପୁଟ, ମାଲକାନାଗିରି, ବାଲେଶ୍ୱର, କନ୍ଧମାଳ, ଯାଜପୁର, ମୟୁରଭଞ୍ଜ, ସୁନ୍ଦରଗଡ଼, ଜିଲ୍ଲାର କେତକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏଥିସହିତ ବାଲେଶ୍ୱର, ଭଦ୍ରକ ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁ. ପୁରୀ , ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେଉଁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ, ରାୟଗଡା, କନ୍ଧମାଳ, ବୌଦ୍ଧ, ଅନୁଗୁଳ ଆଦି ଜିଲ୍ଲା ବଜ୍ରପାତ ହେବାର ଆଶଙ୍କା ରହିଥିବା ବେଳେ କେତେକ ସ୍ଥାନରେ ଅଳ୍ପ ବର୍ଷା ହେବ ବୋଲି କୁହାଯାଇଛି । ତେଣଉ ଏହି ସବୁ ଜିଲ୍ଲାଗୁଡିକୁ ଏସ୍ଆରସି ପକ୍ଷରୁ ୟୋଲୋ ୱାର୍ଣ୍ଣିଙ୍ଗ୍ ଜାରି କରାଯାଇଛି ।
ସେହିପରି ଆସନ୍ତାକାଲି ଅର୍ଥାତ୍ ୨୨ ତାରିଖରେ କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ସମ୍ବଲପୁର, ଦେଓଗଡ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏଥିସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେଉଁଝର, କୋରାପୁଟ, ମାଲକାନାଗିରି, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ତେଣୁ ଏହି ସବୁ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଙ୍ଗ୍ ଜାରି କରାଯାଇଛି ।
୨୩ ତାରିଖ ଶୁକ୍ରବାର ବୌଦ୍ଧ, ସମ୍ବଲପୁର, ବଲାଙ୍ଗିର, ବରଗଡ଼, କଳାହାଣ୍ଡି, ସୋନପୁର ଜିଲ୍ଲାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ସେହିପରି କନ୍ଧମାଳ, ନୂଆପଡ଼ା, ଢେଙ୍କାନାଳ, କଟକ, ନୟାଗଡ଼, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବଷ୍ରା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ତେଣୁ ଏହି ସବୁ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଙ୍ଗ୍ ଜାରି କରାଯାଇଛି ।
୨୪ ତାରିଖ ନବରଙ୍ଗପୁର, ନୂଆପଡା, ଝାରସୁଗୁୂଡା, ସୁନ୍ଦରଗଡ଼, ସମ୍ବଲପୁର, କେଉଁଝର, ମୟୁରଭଞ୍ଜ ଦେଓଗଡ଼ ଜିିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ତେଣୁ ଏହି ସବୁ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଙ୍ଗ୍ ଜାରି କରାଯାଇଛି । ସେହିପରି ୨୫ ତାରିଖ କେଉଁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, କୋରାପୁଟ, ମାଲକାନାଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

Related posts

ଅଷ୍ଟମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ

mahabharatanews

ଝାରପୋଖରିଆଠାରେ ସିପିଆଇର ଦାଵି ଦିଵସ ପାଳିତ

mahabharatanews

ଢେଙ୍କାନାଳରେ ବିଶ୍ୱ ମୃତ୍ତିକା ଦିବସ ଅନୁଷ୍ଠିତ

mahabharatanews