ଓଡିଶା

୧୨ ତାରିଖ ଯାଏଁ କାଳବୈଶାଖୀ ସମ୍ଭାବନା

(ଶୁଭସ୍ମିତା ଦାଶ): ଆସନ୍ତା ୧୨ ତାରିଖ ଯାଏଁ କାଳବୈଶାଖୀ ସମ୍ଭାବନା ରହିଛି । କିଛି ସ୍ଥାନରେ କାଳବୈଶାଖୀ ବର୍ଷା ସହ ଘଡ଼ଘଡ଼ି ବଜୁଳି ମାରିବା ମଧ୍ୟ ସମ୍ଭାବନା ରହିଛି । ତେଣୁ ୧୨ ତାରିଖ ଯାଏଁ ସତର୍କ ରହିବାକୁ ପରାମର୍ଶ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

ସକାଳ ଓ ଦିନ ସମୟରେ ଖରା ହେବାକୁ ଥିବା ବେଳେ ଉପର ବେଳା କାଳବୈଶାଖୀ ବର୍ଷ ହେବ । ଆଜି ଠାରୁ ୧୨ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଆସନ୍ତା କିଛ ଦିନ ତାପମାତ୍ରା ସେତେ ପରିମାଣରେ ବଢ଼ିବ ନାହିଁ । ଆଜିଠୁ ୧୨ ତାରିଖ ପର୍ୟ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ପାଗ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ଯେ, ଆସନ୍ତା ୪ ଦିନ ପାଗ ଶୁଖିଲା ରହିବ। ତାପମାତ୍ରା ବିଶେଷ ବୃଦ୍ଧି ପାଇବ ନାହିଁ । ତେବେ ୯ ତାରିଖରେ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ସୁନ୍ଦରଗଡ, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ ବଲାଙ୍ଗୀର ଜିଲ୍ଲାର କେତେକ ସ୍ଥାନରେ ଘଡଘଡି କାଳବୈଶାଖୀ ର୍ବୋ ହେବ । କାଳବୈଶାଖୀ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ସହ ବଜ୍ରପାତ ହେବ । କେବଳ ଏତିକି ନୁହେଁ ବର୍ଷା ସମୟରେ ଘଣ୍ଟା ପ୍ରତି ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

Related posts

ଚିଲିକା ରୋପୱେ କୁ ନେଇ ବିବାଦ

mahabharatanews

ସ୍ୱାମପାଟଣା ମହାବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଆତ୍ମରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ

mahabharatanews

ପୁଣି ଫେରିଲେ ହାତୀପଲ : ଦଳି ଦେଲେ ଧାନ ଫସଲ

mahabharatanews