ଓଡିଶା

୧୩ଜିଲ୍ଲାରେ ବିଜୁଳି ସହ ବର୍ଷା ସମ୍ଭାବନା

(ଭୁବନେଶ୍ୱର) :  ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବିଳମ୍ବରେ ଆସିବାକୁ ଥିବାରୁ ଜୁନ୍‌ରେ ନିଅଣ୍ଟିଆ ବର୍ଷା ହେବ। କିନ୍ତୁ ସେପ୍ଟେମ୍ବର ସୁଦ୍ଧା ଉଭୟ ଦେଶ ଓ ରାଜ୍ୟରେ ବର୍ଷାର ପରିମାଣ ସ୍ବାଭାବିକ ହୋଇଯାଇଥିବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)।

 

ସୂଚନାନୁଯାୟୀ , ଶୁକ୍ରବାର ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ପୁରୀ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ଗଞ୍ଜାମ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସହ ଖୁବ୍‌ ଜୋର୍‌ରେ ପବନ ବହିଛି। ଏଥିସହ ନୟାଗଡ଼, ଗଜପତି, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଗଜପତି, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇଯାଇଛି। ଶନିବାର ଦିନ ମଧ୍ୟ ରାଜ୍ୟର କିଛି ସ୍ଥାନ ଯଥା ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ ଓ ଅନୁଗୁଳ ଆଦି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି।

Related posts

ଓଡିଶା ଆସିବେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର

mahabharatanews

ମାଗଣାରେ ସ୍ପୋକନ ଇଂରାଜୀ କୋର୍ସ ଯୋଗାଇଦେବେ ଦିଲ୍ଲୀ ସରକାର

mahabharatanews

ଆୟକର ବିଭାଗ ପକ୍ଷରୁ କ୍ରସର ୟୁନିଟ ଉପରେ ଚଢ଼ଉ

mahabharatanews