ଭୁବନେଶ୍ବର : ରାଜ୍ୟରେ ଏବେ ଜାରି ରହିଛି ଲଘୁଚାପ ଓ ମୌସୁମୀଜନିତ ବର୍ଷା । ତେବେ ବର୍ଷ ନେଇ ଆଜି ୧୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡିକ ହେଲା- ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଂଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, ନୟାଗଡ, ଜଗତସିଂହପୁର, ନୂଆପଡ଼ା, ବଲାଙ୍ଗିର ଓ ବରଗଡ଼। ଏହି ଜିଲ୍ଲାଗୁଡିକରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ମଙ୍ଗଳବାର ଦିନ ରାଜ୍ୟର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଞ୍ଜାମ ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଯାଇଛି।
ପାଣିପାଗ କେନ୍ଦ୍ର କହିଛି ଯେ ୧୪ ତାରିଖ ଦିନ ପୁରୀ, ଗଞ୍ଜାମ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ବୌଦ୍ଧ, ସମ୍ବଲପୁର, ସୋନପୁର ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ବାଲେଶ୍ବର, ଭଦ୍ରକ, ଖୋର୍ଧା, ନୟାଗଡ଼, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ଦେବଗଡ଼ ଓ କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ ସେଦିନ ପ୍ରବଳ ବର୍ଷା ହେବ। ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୫ ତାରିଖ ଦିନ ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଅନୁଗୁଳ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ପ୍ରବଳ ବର୍ଷାଜନିତ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
୧୬ ତାରିଖ ଦିନ ମଧ୍ୟ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଭୀଷଣ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।