ଓଡିଶା

୧୪ରୁ ୧୬ ଭୀଷଣ ବର୍ଷିବ

ଭୁବନେଶ୍ବର : ରାଜ୍ୟରେ ଏବେ ଜାରି ରହିଛି ଲଘୁଚାପ ଓ ‌ମୌସୁମୀଜନିତ ବର୍ଷା । ତେବେ ବର୍ଷ ନେଇ ଆଜି ୧୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡିକ ହେଲା- ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଂଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, ନୟାଗଡ, ଜଗତସିଂହପୁର, ନୂଆପଡ଼ା, ବଲାଙ୍ଗିର ଓ ବରଗଡ଼। ଏହି ଜିଲ୍ଲାଗୁଡିକରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ମଙ୍ଗଳବାର ଦିନ ରାଜ୍ୟର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମା‌ଳ, ବଲାଙ୍ଗୀର, ଗଞ୍ଜାମ ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଯାଇଛି।
ପାଣିପାଗ କେନ୍ଦ୍ର କହିଛି ଯେ ୧୪ ତାରିଖ ଦିନ ପୁରୀ, ଗଞ୍ଜାମ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ବୌଦ୍ଧ, ସମ୍ବଲପୁର, ସୋନପୁର ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ବାଲେଶ୍ବର, ‌ଭଦ୍ରକ, ଖୋର୍ଧା, ନୟାଗଡ଼, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ଦେବଗଡ଼ ଓ କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ ସେଦିନ ପ୍ରବଳ ବର୍ଷା ହେବ। ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୫ ତାରିଖ ଦିନ ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଅନୁଗୁଳ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ପ୍ରବଳ ବର୍ଷାଜନିତ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

୧୬ ତାରିଖ ଦିନ ମଧ୍ୟ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଭୀଷଣ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Related posts

ସର୍ବସାଧାରଣଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ

mahabharatanews

ଗାଡି ଉଠାଇବାକୁ ନେଇ ହାଇକୋର୍ଟଙ୍କ ସ୍ୱଷ୍ଟୋକ୍ତି

mahabharatanews

ଗଞ୍ଜେଇ ଖୋଜିଲାବେଳେ ବାହାରିଲା ଏକ କୁଇଣ୍ଟାଲ ରୁପା ଇଟା

mahabharatanews