ଓଡିଶା

୧୫ରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 

(ଭୁବନେଶ୍ୱର) : ଆସୁଛି ଆଉ ଏକ ଲଘୁଚାପ । ନଭେମ୍ବର ୧୪ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଚକ୍ରବାତି ଘୂର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି । ଏହା ଘନୀଭୂତ ହୋଇ ଲଖୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ନଭେମ୍ବର ୧୬ ତାରିଖରେ ଏହା ନିଜ ଦିଗ ପରିବର୍ତ୍ତନ କରି ଉତ୍ତର ଦିଗକୁ ଗତି କରିବାର ଆଶଙ୍କା ରହିଛି  ବୋଲି ଭୁବନେଶ୍ୱରସ୍ଥିତ ଶିକ୍ଷା ଓ ଅନୁସନ୍ଧାନ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି ।

ସୂଚନାନୁଯାୟୀ , ଏହି ଲଘୁଚାପ ପ୍ରଭାବରେ ୧୫ ନଭେମ୍ବରଠୁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଏବଂ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗଜପତି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ଢେଙ୍କାନାଳ, ଜଗତସିଂହପୁର, ଖୋର୍ଦ୍ଧା,କଟକ, କେନ୍ଦ୍ରପଡ଼ା, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ୧୬ ରୁ ୧୮ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Related posts

ବାଲୁକା କଳାରେ ବଲିଉଡ ଅଭିନେତା ଅକ୍ଷୟ କୁମାରଙ୍କୁ ଜନ୍ମଦିନର ଶୁଭେଚ୍ଛା

mahabharatanews

୪ ଦିନ ବିଳମ୍ବରେ ଆସିବ ମୌସୁମୀ

mahabharatanews

ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ କିଟ୍କୁ ବଡ ସଫଳତା

mahabharatanews