ଭୁବନେଶ୍ୱର: ଆଜି ରାଜ୍ୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତ ଜଣକ ଗଞ୍ଜାମ ଜିଲ୍ଲା । ଏହି ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁଯାୟୀ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷ। ସେ ଜଣେ ସୁରତ ଫେରନ୍ତା । ଏହି ଯୁବକ ସରକାରୀ ସଙ୍ଗରୋଧରେ ଥିଲେ। ତାଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହେବା ପରେ ଏବେ ତାଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଯାଇଛି ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏହି ସଂକ୍ରମିତଙ୍କୁ ମିଶାଇ ଗଞ୍ଜାମ ଜିଲ୍ଲାରେ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେପଟେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯାଜପୁର, ଭଦ୍ରକ, ବାଲେଶ୍ୱରରେ କୋଲକାତା ଫେରନ୍ତାଙ୍କ ପାଇଁ ସଂକ୍ରମଣ ମୁଣ୍ଡ ବ୍ୟଥାର କାରଣ ହୋଇଥିବା ବେଳେ ଏବେ ବ୍ରହ୍ମପୁର, ଗଞ୍ଜାମ, ଖୋର୍ଦ୍ଧା ପାଇଁ ସୁରତ ଫେରନ୍ତା ଚିନ୍ତା ବଢାଇବା ଆଶଙ୍କା କରାଯାଉଛି ।