ଓଡିଶା

 ୨ ଦିନ ପ୍ରବଳ ଝଡ଼ ବର୍ଷା ନେଇ ଆଲର୍ଟ ଜାରି

 (ଭୁବନେଶ୍ୱର) : ରାଜ୍ୟରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତା ୨ ଦିନ ପ୍ରବଳ ଝଡ଼ ତିକୁ ପ୍ରଚଣ୍ଡ ଖରା । ୨ ଦିନ ପ୍ରବଳ ଝଡ଼ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ। ଉତ୍ତର ଓଡ଼ିଶା ଉପକୂଳରେ ଝଡ଼ ବର୍ଷା ନେଇ ସତର୍କତା ଜାରି କରିଛି IMD। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରିବା ସହ ୬ ଓ ୮ ତାରିଖ ଦୁଇ ଦିନ ସମୁଦ୍ର ନ ଯିବାକୁ ପରାମର୍ଶ ଦେଇଛି।

ସୂଚନାନୁଯାୟୀ ,  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ସୋମବାର ସକାଳ ସାଢ଼େ ୮ଟାରୁ ମଙ୍ଗଳବାର ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ଏବଂ ଘଡଘଡ଼ି ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

Related posts

ବସ-ଟ୍ରକ୍ ମୁହାଁମୁହିଁ ଧକ୍କା, ୨୦ରୁ ଉଦ୍ଧ୍ୱର୍ ଯାତ୍ରୀ ଆହତ

mahabharatanews

ବିନା ବିଦ୍ୟୁତରେ ଆସୁଛି ହଜାର ହଜାର ଟଙ୍କାର ବିଲ

mahabharatanews

କରୋନା ପାଇଁ ଥାନାରେ ବାହା ହେଲେ ଏସଆଇ

mahabharatanews