(ମହାଭାରତ, ହିଞ୍ଜିଳି): ଗଞ୍ଜାମ ଜିଲ୍ଲାର ୨ଟି ବ୍ଲକରେ ପାଇପ୍ ଜଳ ଯୋଗାଣ ପ୍ରକଳ୍ପ ଉଦଘାଟିତ ହୋଇଯାଇଛି । ଭଞ୍ଜନଗର ବ୍ଲକ ଅଧିନ ଧନଞ୍ଜୟପୁର ଓ ଜଗନ୍ନାଥପ୍ରସାଦ ବ୍ଲକର ପାଟରାପ୍ଲଲୀରେ ସୋମବାର ସନ୍ଧ୍ୟାରେ ୨ଟି ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ପ୍ରକଳ୍ପ ଉଦଘାଟିତ ହୋଇଛି । ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରକଳ୍ପର ଉଦଘାଟନ କରିଥିଲେ । ଜିଲ୍ଲାର ସମସ୍ତ ବ୍ଲକର ଲୋକଙ୍କୁ ପିଇବା ପାଣି ପାଇପ ଯୋଗେ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି । ଆଗାମୀ ଦିନରେ ସମସ୍ତଙ୍କ ଘରକୁ ପାଇପ୍ ଯୋଗେ ପାଣି ଯୋଗାଇ ଦିଆଯିବ ବୋଲି ସେ କହିଥିଲେ । ଜିଲ୍ଲାରେ ପାଇପ୍ ଯୋଗେ ଜଳ ଯୋଗାଣ ପାଇଁ ଏହି ଦୁଇଟି ବ୍ଲକକୁ ପ୍ରଥମ ପର୍ଯ୍ୟାୟରେ ସାମିଲ କରାଯାଇଥିବା ଜଣାପଡିଛି । ଏହି ପ୍ରକଳ୍ପର ଉଦଘାଟନୀ ଉତ୍ସବରେ ଭଞ୍ଜନଗର ବ୍ଲକ ଉପାଧ୍ୟକ୍ଷ ଜିତେନ୍ଦ୍ର କେଶରୀ ଆରୁଖ, ଧନଞ୍ଜୟପୁର ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରଧାନ, ଜଗନ୍ନାଥପ୍ରସାଦ ବ୍ଲକ ବିଜେଡି ସଭାପତି ମୋହନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।
previous post
next post