ଓଡିଶାପାଣିପାଗ

୩ରୁ ୪ ଦିନ ରାଜ୍ୟରେ ଜାରି ରହିବ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ମୌସୁମୀ ପ୍ରବାହ । ଏପରିକି ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ଯୋଗୁ ଓଡ଼ିଶା ଉପରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ଫଳରେ ଆସନ୍ତା ୩ରୁ ୪ ଦିନ ରାଜ୍ୟରେ ଜାରି ରହିବ ବର୍ଷା । ଆସନ୍ତା ୨୪ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ ବରଗଡ଼ର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି । ଅତି ପ୍ରବଳ ବର୍ଷା ଯୋଗୁ ପାହାଡ଼ିଆ ଅଞ୍ଚଳରେ ମାଟି ଧସିପାରେ ବୋଲି ବକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ତଳିଆ ଅଞ୍ଚଳ ଜଳାର୍ଣ୍ଣବ ହୋଇପାରେ । ବଲାଙ୍ଗିର, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ସମ୍ବଲପୁର, ସୋନପୁର, ବୌଦ୍ଧ ଓ କଳାହାଣ୍ଡି ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆଜିଠୁ ୧୪ ତାରିଖ ସକାଳଯାଏ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ପ୍ରାୟ ୧୧ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

Related posts

ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କ ଲାଗି ନୂଆ-ଓ ସ୍କଲାରସିପ ଘୋଷଣା

mahabharatanews

ପରିସ୍ରାରୁ କୁକୁର କରିବ କରୋନା ଚିହ୍ନଟ

mahabharatanews

ଗାଧୋଇବା ବେଳେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ

mahabharatanews