ଓଡିଶା

୩୦ ଯାଏ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ସୃଷ୍ଟି ହୋଇଛି । ଆସନ୍ତା କାଲିଠୁ ୩୦ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ସାମାନ୍ୟରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି।
ବିଭାଗ ପକ୍ଷରୁ ସୂଚିତ କରାଯାଇଛି କି, ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେଣୁ ଏହି ଜିଲ୍ଲାଗୁଡିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବୁଧବାର ଓ ଗୁରୁବାର ପାଇଁ ମଧ୍ୟ ବିଭାଗ କିଛି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି । ସେହିପରି ୨୮ରୁ ୩୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ରରେ ୪୦ରୁ ୫୦ କି.ମି ବେଗରେ ପବନ ବହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି।

Related posts

ଚନ୍ଦ୍ରଯାନ-୩; ସଫଳତା କାମନା କଲେ ଶଙ୍କରାଚାର୍ଯ୍ୟ 

mahabharatanews

ଓପିଏସସିର ପରୀକ୍ଷାରେ ସ୍ୱଚ୍ଛତା ଆଣିବି: ଆଇପିଏସ ସତ୍ୟଜିତ ମହାନ୍ତି

mahabharatanews

ରାସ୍ତା ବନ୍ଦ ଥିବାରୁ ଅଟୋରେ ବୁହାହେଲେ ଗର୍ଭବତୀ

mahabharatanews