ଓଡିଶା

୭ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ ଶୂନ୍ୟ ସହିଷ୍ଣୁତାର ଆଉ ଏକ ଉଦାହରଣ ଆଜି ଦେଖିବାକୁ ମଳିଛି । ଆଜି ୭ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଜଣେ ଜେଲ ଡି.ଆଇ.ଜି, ଜଣେ କମାଣ୍ଡାଣ୍ଟ, ଜଣେ ଡି.ଏସ୍‌.ପି, ଜଣେ ଡେପୁଟି କମାଣ୍ଡାଣ୍ଟ ,୨ ଜଣ ଖଣି ଅଧିକାରୀ ଓ ଜଣେ ସି.ଡି.ପି.ଓ.ଙ୍କୁ ଆଜି ବାଧ୍ୟତାମୂଳକ ଅବସର ଦିଆଯାଇଛି।
ଏହି ଦୁର୍ନୀତିଖୋର ଅଧିକାରୀମାନେ ହେଲେ, ଜେଲ ବିଭାଗର ଡି.ଆଇ.ଜି. ଗୋପବନ୍ଧୁ ମଲ୍ଲିକ । ସ୍ନିଗ୍ଧାରାଣୀ ମିଶ୍ର, କୋରାପୁଟ ନନ୍ଦପୁରର ସି.ଡି.ପି.ଓ.ଙ୍କ ନାମରେ ଦୁଇଟି ଭିଜିଲାନ୍ସ କେସ୍‌ ରହିଛି । ଓଡିଶା ସଶସ୍ତ୍ର ପୋଲିସର କମାଣ୍ଡାଣ୍ଟ ଏକାନ୍ତ ପ୍ରିୟ ନାୟକଙ୍କ ନାମରେ ଦୁର୍ବ୍ୟବହାର ତଥା ଅଧସ୍ତନ କର୍ମଚାରୀଙ୍କୁ ମାରଧର ଅଭିଯୋଗ ରହିଛି । ଗୌତମ ମଲ୍ଲିକ, ଡି.ଏସ୍‌.ପିଙ୍କ ବିରୁଦ୍ଧରେ ଦୁଇଟି ଫୌଜଦାରୀ ମାମଲା ରୁଜୁ ହୋଇଛି । ଓଡିଶା ସଶସ୍ତ୍ର ପୋଲିସ ସେବାର ଡେପୁଟୀ କମାଣ୍ଡାଣ୍ଟ ଦେବେନ୍ଦ୍ର ନାଥ ବେହେରାଙ୍କ ନାମରେ ଜଙ୍ଗଲରୁ କାଠ ଚୋରି ଅଭିଯୋଗରେ ଏକ ଫୌଜଦାରୀ ମାମଲା ଥିବା ବେଳେ ସତ୍ୟବ୍ରତ ରାଉତ, କନିଷ୍ଠ ଖଣି ଅଧିକାରୀଙ୍କ ବିରୁଦ୍ଧରେ ୫ ଗୋଟି ଭିଜିଲାନ୍ସ କେସ୍‌, ରମେଶ ଚନ୍ଦ୍ର ପଣ୍ଡା, କନିଷ୍ଠ ଖଣି ଅଧିକାରୀଙ୍କ ବିରୁଦ୍ଧରେ ୩ ଗୋଟି ଭିଜିଲାନ୍ସ କେସ୍‌ ରହିଛି ।
ଗତ ଡିସେମ୍ବର ୩୦ ତାରିଖରେ ରାଜ୍ୟ ସରକାର ୬ ଜଣ ଅଧିକାରୀଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦେଇଥିଲେ । ଏକ ବର୍ଷ ମଧ୍ୟରେ ରାଜ୍ୟ ସରକାର ୧୧୦ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ।

Related posts

ଘର ଉପରେ ଡାଳ ପଡ଼ି ଛାତ ଓ କାନ୍ତ କ୍ଷତିଗ୍ରସ୍ତ

mahabharatanews

ଆମ ପୋଲିସ ସମିତି ବୈଠକ ଅନୁଷ୍ଠିତ

mahabharatanews

ଏନଟିପିସି, କଣିହାଁ ପ୍ରକଳ୍ପ ୩ୟ ଥର ବିଦ୍ୟୁତ୍ ଉତ୍ପାଦନରେ କଲା ରେକଡ୍

mahabharatanews