ଓଡିଶା

୮ ଜିଲ୍ଲାକୁ କାଳବୈଶାଖୀ ସମ୍ଭାବନା: କେନ୍ଦ୍ରର ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା କାଲିଠାରୁ ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯିବା ସହ ୮ଟି ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀର ପ୍ରଭାବ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଓ ଢେଙ୍କାନାଳରେ ଦେଖିବାକୁ ମିଳିବ। ଏସବୁ ସ୍ଥାନରେ ବର୍ଷା ସହ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଆଦି ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ହେବ। ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ଅନୁଗୁଳ, ନୟାଗଡ଼, ଖୋର୍ଧା, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରାଯାଇଛି।

ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଗଞ୍ଜାମ, କନ୍ଧମାଳ, କୋରାପୁଟରେ କାଳବୈଶାଖୀ ସମ୍ଭାବନା ଥିବା ବେଳେ ୨୩ ତାରିଖରେ ରାଜ୍ୟରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିବ ଓ ୨୪ ତାରିଖ ଆଡ଼କୁ ପୁଣି କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଓଡ଼ିଶାରେ ଲଗାତାର ଭାବେ କାଳବୈଶାଖୀ ହେବାର ପୂର୍ବାନୁମାନ କରାଯାଉ ବେଳେ ଆସନ୍ତା ୨୯ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି।

Related posts

ସ୍କୁଲ ପରିଚାଳନା କମିଟି ସଦସ୍ୟଙ୍କ ତାଲିମ ଶିବିର

mahabharatanews

ଲକ୍ଷ୍ମୀ ବସ୍ ହେବ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’

mahabharatanews

ଧାନ ଫସଲରେ ନିଆଁ, କ୍ଷତିପୁରଣ ଦାବିରେ ଚାଷୀଙ୍କ ରାସ୍ତା ଅବରୋଧ

mahabharatanews