ଭୁବନେଶ୍ୱର: ରାଜ୍ୟରେ ଗତ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନାରେ ମୃତ୍ୟୁ ହୋଇଛି । ଫଳରେ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୦୭୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୭୦୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୫୭୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୩୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୫ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୦୦୫୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
previous post