ଓଡିଶା

ରାଜ୍ୟରେ ଆଉ ୧୧ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଥମିବାର ନାମ ନେଉ ନ ଥିବା ବେଳେ ପୁଣି ମୃତ୍ୟୁ ସଂଖ୍ୟାରେ ମଧ୍ୟ ଲାଗୁନି ବ୍ରେକ । ପ୍ରତ୍ୟହ କରୋନାରେ ରାଜ୍ୟରେ ୧୧ ଜଣ ସଂକ୍ରମିତଙ୍କ ଜୀବନ ଯାଉଛି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୋଟ୍ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୧ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ; କନ୍ଧମାଳ, ଖୋର୍ଦ୍ଧା, କେନ୍ଦୁଝର, ବଲାଙ୍ଗୀର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୫୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୩୧୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୧୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୮୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୨୨୬୪୩୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

ବିଶାକ୍ତ ଛତୁ ଖାଇ ୭ ଗୁରୁତର

mahabharatanews

ଶାଶୁ ଓ ଦେଢ଼ଶାଶୁ ଙ୍କ ନିର୍ଯ୍ୟାତନା ସହି ନପାରି ହାରିଲେ ଜୀବନ

mahabharatanews

ଯୁବତୀଙ୍କ ମୃତ୍ୟୁକୁ ନେଇ ଡାକ୍ତରଖାନାରେ ଉତ୍ତେଜନା

mahabharatanews