ଓଡିଶା

ପୁରୀରୁ ୧୨ କରୋନା ଆକ୍ରାନ୍ତ ଚିହ୍ନଟ

(ମହାଭାରତ/ପୁରୀ):ଗତ ସପ୍ତାହେ ଧରି ପୁରୀରେ ଚାଲିଥିବା କୋଭିଡ ଟେଷ୍ଟରେ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ଜ୍ଝ ମୋଟ ୫୫୬୯ ଜଣଙ୍କ ନମୁନା ଟେଷ୍ଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି । ସମସ୍ତ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ଜ୍ଝ ବର୍ତ୍ତମାନ ପଜିଟିଭ ଚିହ୍ନଟ ହୋଇଥିବା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ କରାଯାଇ କଣ୍ଟାକ୍ଟ ଟ୍ରେସିଙ୍ଗ ଚାଲିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି ଜ୍ଝ ତେବେ ଆଜି ଚାଲିଥିବା ମହାପ୍ରଭୁଙ୍କ ବାହୁଡା ଯାତ୍ରାରେ ଯେଉଁମାନେ ସାମିଲ ହୋଇଛନ୍ତି ସମସ୍ତେ କରୋନା ନେଗେଟିଭ ଥିବା ଜିଲ୍ଲା ପ୍ରଶାସନ ଜଣାଇଛି । ଆଜି ରାଜ୍ୟରେ ଆଉ ୨୫୧ ଜଣ ନୁଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସର୍ବାଧିକ ୧୦୨ ଜଣ ଗଞ୍ଜାମ ଜିଲ୍ଲାର ବୋଲି ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Related posts

ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ପ୍ରତିଭାକୁ ପ୍ରକାଶ କରିବାରେ ସହାୟକ ହେଉଛି ସର୍ଗିଫୁଲ

mahabharatanews

ବନ୍ଦ ଘରୁ ମହିଳା ଡାକ କର୍ମଚାରୀଙ୍କ ମୃତଦେହ ଉଦ୍ଧାର

mahabharatanews

ସରିଛି ୫ଜି ସ୍ପେକ୍ଟ୍ରମ ନିଲାମ

mahabharatanews