ଓଡିଶା

ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

(କଣ୍ଟାବାଞ୍ଜି) : ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳନ କରାଯାଉଛି। ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନକ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି। ଆଜିର ଏହି ବନ୍ଦରେ ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ ଓ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି।

ସୂଚନାନୁଯାୟୀ ,  ଏହି ବନ୍ଦରେ ସହରର ୨୦ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି। ଏହା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଦେବାର କାର୍ଯ୍ୟକ୍ରମ ରହିଛି। ଆଜିର ବନ୍ଦ ପାଳନରେ ଜିଲ୍ଲା ସଂଘର୍ଷ ସମିତିର ସଦସ୍ୟଙ୍କ ସମେତ ସହରର ୪୦ରୁ ଅଧିକ ଅନୁଷ୍ଠାନ ସାମିଲ ହୋଇଛନ୍ତି। ଯାନବାହାନ ଚଳାଚଳ ସ୍ୱାଭାବିକ ରହିଛି ବୋଲି ସୂଚନା ମିଳିଛି ।

Related posts

ଶୋକାକୁଳ ପରିବେଶରେ ଡାକ୍ତରଙ୍କୁ ବିଦାୟ ସମ୍ବର୍ଦ୍ଧନା

mahabharatanews

୨୩ବର୍ଷ ପରେ ଶତାବ୍ଦୀର ପ୍ରଥମ ଧୂମକେତୁ ଖାଲି ଆଖିରେ ଦିଶୁଚି

mahabharatanews

ତାରରେ ଝୁଲି ପୌର ସଂସ୍ଥା ଡ୍ରାଇଭରଙ୍କ ଆତ୍ମହତ୍ୟା

mahabharatanews