ଓଡିଶା

ରାଜ୍ୟରେ ଆଉ ୧୨ ମୃତ୍ୟୁ ସହ ମୋଟ ସଂଖ୍ୟା ୨୪୭

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୨ ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୭କୁ ବୃଦ୍ଧି ପାଇଛି । ୧୨ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, ମୟୁରଭଞ୍ଜ, କେନ୍ଦ୍ରାପଡା, ସମ୍ବଲପୁର, ଭଦ୍ରକ, ଢେଙ୍କାନାଳ, ଗଜପତି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଗଞ୍ଜାମ ଜିଲାର ମୋଟ୍ ମୃତ୍ୟୁ ସଂଖ୍ୟା ୧୨୩ରେ ପହଞ୍ଚିଥିବା ବେଳେ ସୁନ୍ଦରଗଡ ଜିଲାରୁ ୩ ଜଣଙ୍କ ମୃତ୍ୟୁ ସହ ୧୬ରେ ପହଞ୍ଚିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୫୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୩୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୬୮୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୪୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୫ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୧୬୬୪୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

ଗୋଷ୍ଠୀ ସଂଘର୍ଷ ନ ହେବା ପାଇଁ ୧୪୪ ଧାରା

mahabharatanews

ପକ୍ଷାଘାତ ରୋଗୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି, ବାଧକ

mahabharatanews

ରାଉରକେଲା ଇସ୍ପାତ କାରଖାନାରେ ବିସ୍ଫୋରଣ, ଜଣେ ମୃତ ସହ ୨ ଗୁରୁତର

mahabharatanews