ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କ ଜୀବନ ଯାଇଛି ଏହି ମହାମାରୀରେ । ୮୬୮ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୧୦୯୨୦ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୫୦୨ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୩୬୬ ସ୍ଥାନୀୟ ସଂକ୍ରମିତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଅନୁଗୁଳ ଜିଲ୍ଲାରୁ ୪୧ଜଣ, ବାଲେଶ୍ୱର ଜିଲ୍ଲାରୁ ୫୨ଜଣ, ବରଗଡ଼ ଜିଲ୍ଲାରୁ ୨୬ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୬ ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲା ୬୫ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩୮ଜଣ, ଯାଜପୁର ଜିଲ୍ଲାରୁ ୩୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ ୧୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୨ଜଣ, କୋରାପୁଟ ଜିଲ୍ଲାରୁ ୧୫ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୩୩ଜଣ, ପୁରୀ ଜିଲ୍ଲାରୁ ୩୦ଜଣ, ରାୟଗଡ଼ା ଜିଲ୍ଲାରୁ ୨୧ଜଣ, ସମ୍ବଲପୁର ଜିଲ୍ଲାରୁ ୨୨ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୨ଜଣ, ଷ୍ଟେଟ ପୁଲ୍ରୁ ୨୦ଜଣ ରହିଛନ୍ତି ।
ସେହିପରି ଗତ ଗୋଟିଏ ଦିନରେ ୧୫ ଜଣଙ୍କ ଜୀବନ ନେଇଛି କରୋନା । ଫଳରେ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବା ବେଳେ ଗଜପତି, ସୁବର୍ଣ୍ଣପୁର ଓ ସମ୍ବଲପୁରରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ମୟୂରଭଞ୍ଜ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
By Shilasmita