(ଉତ୍ତରପ୍ରଦେଶ) : ଗଙ୍ଗାସ୍ନାନ କରିବାକୁ ଯାଇ ୧୫ ମୃତ । ଉତ୍ତର ପ୍ରଦେଶର କାସଗଞ୍ଜ ଜିଲ୍ଲାରେ ଗଙ୍ଗାସ୍ନାନ ପାଇଁ ଗ୍ରାମବାସୀଙ୍କୁ ନେଇ ଯାଉଥିବା ଗୋଟାଏ ଟ୍ରାକ୍ଟର୍-ଟ୍ରଲି ଆଜି ସଡ଼କ ଦୁର୍ଘଟଣା ଯୋଗୁଁ ଗୋଳିଆ ପାଣି ଭରା ଜଳାଶୟରେ ଖସିପଡ଼ିବାରୁ ଅୂନ୍ୟନ ୧୫ଜଣଙ୍କର ମୃତ୍ୟୁ ଘଟିଛି।
ସୂଚନାନୁଯାୟୀ , ଗଙ୍ଗାନଦୀରେ ପବିତ୍ର ବୁଡ଼ ପକାଇବା ପାଇଁ ଗ୍ରାମର ଅଧିକାଂଶ ମହିଳା ଓ ପିଲା ସେ ଟ୍ରାକ୍ଟର୍-ଟ୍ରଲିରେ ଯାଉଥିଲେ। ସେମାନଙ୍କ ମଧ୍ୟରୁ ୮ଜଣ ମହିଳା ଓ ୭ଜଣ ପିଲାଙ୍କର ମୃତ୍ୟୁ ଘଟିଥିବା କଥା ପୁଲିସ କହିଛି। ସକାଳ ପ୍ରାୟ ୧୦ଟା ବେଳେ କାସଗଞ୍ଜ ପଟିୟାଲୀ ଦରିୟାଓଗଞ୍ଜ ରାସ୍ତାରେ ଯାଉଥିବା ଉକ୍ତ ଟ୍ରାକ୍ଟର୍-ଟ୍ରଲି ଚାଳକଙ୍କ ନିୟନ୍ତ୍ରଣରୁ ବାହାରି ଯାଇ ଜଳାଶୟରେ ପଡ଼ିଯାଇଥିଲା। ସେ ରାସ୍ତାରେ ଆସୁଥିବା ଗୋଟାଏ କାର୍ ସହିତ ଧକ୍କା ନ ଖାଇବା ପାଇଁ ଉଦ୍ୟମ କରୁଥିବା ବେଳେ ଟ୍ରାକ୍ଟର୍-ଟ୍ରଲିକୁ ସେ ନିୟନ୍ତ୍ରଣ କରିପାରିଲେ ନାହିଁ।
