ଓଡିଶା

ରାଜ୍ୟରେ ଆଉ ୧୫ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୨୫୪୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୫୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୫୩୨୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୩୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।ଏବେ ସୁଦ୍ଧା ରାଜ୍ୟରେ ୨୯୦୫୭୩୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

ପୁରୀରେ ପାକିସ୍ତାନୀ ହିନ୍ଦୁ ପର୍ଯ୍ୟଟକ

mahabharatanews

ବିଶ୍ଵଶାନ୍ତି ମହାଯଜ୍ଞ ସ୍ଥଳରେ ପହଞ୍ଚିଲେ ଉଗ ଙ୍କ ଧର୍ମପତ୍ନୀ

mahabharatanews

ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

mahabharatanews