ଓଡିଶା

ସ୍କ୍ରବ୍ ଟାଇଫସ ଆତଙ୍କ; ସଂଖ୍ୟା ୩୮୯କୁ ବୃଦ୍ଧି

(ସୁନ୍ଦରଗଡ଼) : ରାଜ୍ୟରେ ଡେଙ୍ଗୁ ପରେ ସ୍କ୍ରବ୍ ଟାଇଫସ ଆତଙ୍କ ମଚାଇବାରେ ଲାଗିଛି । ପୁଣି ଦିନକରେ ସୁନ୍ଦରଗଡ଼ରେ ୧୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୧୧୪ ନମୁନାରୁ ୧୬ ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି। ଏବେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୮୯ରେ ପହଞ୍ଚିଛି। ଏନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ ,ତେବେ ଏହି ରୋଗ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଛି ।

Related posts

ଓଡିଶା ସାର୍ବଜନୀନ ପରୀକ୍ଷା ବିଲ୍ -୨୦୨୪ ବିଧାନସଭାରେ ଆଗତ

mahabharatanews

ଘରକୁ ଫେରିବାକୁ ସାହାଯ୍ୟ ଲୋଡିଲେ ବୃଦ୍ଧା

mahabharatanews

ନାଗରିକତା ବିଧେୟକକୁ ଶିବସେନାର ବିରୋଧ

mahabharatanews