ଓଡିଶା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭ ଜଣଙ୍କର ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ଘଟିଛି । ଗତ ଗୋଟିଏ ଦିନରେ ରାଜ୍ୟରେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୭ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କଟକ, ମୟୁରଭଞ୍ଜ, ସମ୍ବଲପୁର, ବରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ପୁରୀ, ବାଲେଶ୍ବର, କୋରାପୁଟ, କଳାହାଣ୍ଡି, କେନ୍ଦ୍ରାପଡା ଏବଂ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ।
ରାଜ୍ୟରେ ମୋଟ୍ ୩ ଲକ୍ଷ ୧୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୫୦୩ ସକ୍ରିୟ ରୋଗୀ ରହିଥିବା ବେଳେ ୨୮୫୧୭୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୪୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ହୋଇଛି ।

Related posts

ରାୟଗଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ଡା.ଆମ୍ବେଦକର ଜୟନ୍ତି ପାଳନ କରାଯାଉଛି

mahabharatanews

ରାଜ୍ୟରେ ଗତ ୨୪ ଘଣ୍ଟାରେ ୯୯୩ କରୋନା ସଂକ୍ରମିତ ଚିହ୍ନଟ

mahabharatanews

କରୋନା: ସୁଆର ମହାସୁଆରଙ୍କ ନିମନ୍ତେ ସଚେତନା କାର୍ଯ୍ୟକ୍ରମ

mahabharatanews