ଓଡିଶା

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୯୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଖୁସି ଖବର । ରାଜ୍ୟରେ ଦୁର୍ବଳ ହେବାରେ ଲାଗିଛି ମହାମାରୀ କରୋନା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୩୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୬୨ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୭. ୮୮୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ସେହିପରି ୨୪ ଘଣ୍ଟା ମଧ୍ୟରେ ୧୮ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୭୮୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୫୭୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୭୦୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧୯୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୨୪୦୨୪୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related posts

ଯୁକ୍ତ ଦୁଇ ପରୀକ୍ଷା: ଲାଗିବ ସିସିଟିଭି ସହ ଲାଇଭ୍ ଷ୍ଟ୍ରିମିଂ

mahabharatanews

ପରୀକୁ ନ୍ୟାୟ ଓ ଶିଶୁ ଅତ୍ୟାଚାର ରୋକିବା ଦାବିରେ ଜିଲ୍ଲା କଂଗ୍ରେସର ଧାରଣା

mahabharatanews

ପୁଣି ଜଣେ ଛାତ୍ରଙ୍କୁ ରାଗିଂ

mahabharatanews