(ଭୁବନେଶ୍ୱର) : ମୌସୁମୀ ପ୍ରଭାବରେ ରାଜ୍ୟରେ ଆଜି କେତେକ ଅଞ୍ଚଳରେ ବର୍ଷା ହୋଇଥିବା ବେଳେ ପାଗ ମେଘୁଆ ରହିଥିଲା। ଆସନ୍ତା ୨ ଦିନ ମଧ୍ୟ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ସୂଚନାନୁଯାୟୀ , ଶନିବାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ ଓ ବୌଦ୍ଧ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କୋରାପୁଟ, ମାଲକାନଗିରି, ଗଜପତି ଓ ରାୟଗଡ଼ାରେ ହାଲୁକା ବର୍ଷାର ସମ୍ଭାବନା ରହିଛି। ଏଣୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଉଭୟ ଦିନ ପାଇଁ ଏହି ସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
