ଓଡିଶା

 ରାଜ୍ୟରେ ୪ ଯାଏଁ ବର୍ଷା ସମ୍ଭାବନା  

(ଭୁବନେଶ୍ୱର) : ଦକ୍ଷିଣ ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ସେହିଭଳି ଉପକୂଳ ଓ ସଂଲଗ୍ନ ଓଡ଼ିଶାର ପାଗ ମେଘୁଆ ରହିଥିବା ବେଳେ ମଝିରେ ମଝିରେ ବର୍ଷା ମଧ୍ୟ ହୋଇଯାଇଛି। ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଯାଜପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ବଲାଙ୍ଗୀର, ‌ସୁବର୍ଣ୍ଣପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୂଚନାନୁଯାୟୀ , ଏଥିସହ ୪ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଦେବଗଡ଼ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Related posts

ବୈଦୁର୍ଯ୍ୟ ଖଣି ଖନନ ନେଇ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

mahabharatanews

ଓଡ଼ିଶା ଠିକାଦାର ମହାସଂଘର କାର୍ଯ୍ୟାଳୟ ଉଦଘାଟିତ

mahabharatanews

ତଦନ୍ତ ସରିବା ଯାଏଁ ବାହାନଗା ଷ୍ଟେସନରେ ରହିବନି କୌଣସି ଟ୍ରେନ

mahabharatanews