ଓଡିଶା

 ରାଜ୍ୟରେ ୪ ଯାଏଁ ବର୍ଷା ସମ୍ଭାବନା  

(ଭୁବନେଶ୍ୱର) : ଦକ୍ଷିଣ ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ସେହିଭଳି ଉପକୂଳ ଓ ସଂଲଗ୍ନ ଓଡ଼ିଶାର ପାଗ ମେଘୁଆ ରହିଥିବା ବେଳେ ମଝିରେ ମଝିରେ ବର୍ଷା ମଧ୍ୟ ହୋଇଯାଇଛି। ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଯାଜପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ବଲାଙ୍ଗୀର, ‌ସୁବର୍ଣ୍ଣପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୂଚନାନୁଯାୟୀ , ଏଥିସହ ୪ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଦେବଗଡ଼ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Related posts

ମହାପ୍ରଭୁ ସ୍ନାନପୂଣ୍ଣିମା ବହୁ ଆଡ଼ମ୍ବରେ ପାଳନ ହୋଇଯାଇଛି

mahabharatanews

ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ପୁଣି ଗୁଳି ବିନିମୟ

mahabharatanews

ଜମିବାଡି ବିବାଦକୁ ନେଇ ବାପା ଓ ସାବତ ମାଆକୁ ହତ୍ୟା କଲା ନୃଶଂସ ପୁଅ

mahabharatanews