ଓଡିଶା

‘ଆମ ବସଷ୍ଟାଣ୍ଡ’କୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ 

(ଭୁବନେଶ୍ୱର) : ରାଜ୍ୟ ସରକାର ଗ୍ରାମାଞ୍ଚଳରେ ପରିବହନ ସେବାକୁ ସୁଦୃଢ଼ କରିବାକୁ ଯୋଜନାନୁଯାୟୀ  ସବୁ ବ୍ଲକରେ ଅତ୍ୟାଧୁନିକ ବସଷ୍ଟାଣ୍ଡ ନିର୍ମାଣ କରାଯାଉଛି। ଏହି କ୍ରମରେ ବୁଧବାର ରାଜ୍ୟର ୧୩ଟି ଜିଲ୍ଲାର ୨୧ଟି ବ୍ଲକରେ ‘ଆମ ବସଷ୍ଟାଣ୍ଡ’କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡ଼ରେ ଉଦ୍‌ଘାଟନ କରିବେ। ଏହାସହ ୨୬ଟି ଜିଲ୍ଲାରେ ନିର୍ମାଣ ହେବାକୁ ଥିବା ୧୨୪ଟି ବସ୍‌ଷ୍ଟାଣ୍ଡ ପାଇଁ ଶିଳାନ୍ୟାସ କରିବେ।

 ସୂଚନା ଅନୁଯାୟୀ, ରାଜ୍ୟର ସବୁ ବ୍ଲକରେ ‘ଆମ ବସଷ୍ଟାଣ୍ଡ’ ନିର୍ମାଣ କରାଯାଉଛି। କିଛି ଦିନ ତଳେ ଧର୍ମଗଡ଼ ଓ ଜୁନାଗଡ଼ ବସଷ୍ଟାଣ୍ଡର ଉଦ୍‌ଘାଟନ ହୋଇଥିବାବେଳେ ଏବେ ବଲାଙ୍ଗୀର ଜିଲ୍ଲାର ବଙ୍ଗମୁଣ୍ଡା, ଲୋଇସିଂହା, ବୌଦ୍ଧର କଣ୍ଟାମାଳ, ଗଜପତିର ଆର୍‌.ଉଦୟଗିରି ଓ ଗୁମ୍ମା, ଝାରସୁଗୁଡ଼ାର କୋଲାବିରା, କନ୍ଧମାଳର ଟିକାବାଲି, କେନ୍ଦ୍ରାପଡ଼ାର ମାର୍ଶାଘାଇ, ଆଳି ଓ ଗରଦପୁର, କେନ୍ଦୁଝରରେ ଘଷିପୁରା, ଘଟଗାଁ, ତେଲକୋଇ, କୋରାପୁଟରେ କୋଟପାଡ଼, ମୟୂରଭଞ୍ଜରେ ବେତନଟୀ, ନବରଙ୍ଗପୁରରେ କୋସାଗୁମୁଡ଼ା,ଡାବୁଗାଁ, ନୟାଗଡ଼ରେ ଗଣିଆଁ, ପୁରୀରେ କାକଟପୁର, ସୁବର୍ଣ୍ଣପୁରରେ ବିନିକା ଓ ଉଲୁଣ୍ଡା ବ୍ଲକରେ ନିର୍ମାଣ ହୋଇଥିବା ବସଷ୍ଟାଣ୍ଡକୁ ଉଦ୍‌ଘାଟନ କରାଯିବ।

Related posts

ନୟାଗଡ଼ ସଦର ଥାନା ପକ୍ଷରୁ ଜୁଆ ଆଡ୍ଡା ଉପରେ ଚଢ଼ାଉ।

mahabharatanews

ଆରମ୍ଭ ହେଲା ପଥ ଉତ୍ସବ 

mahabharatanews

ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପଡ଼ିଆରେ ପୁସ୍ତକ ମେଳା ଉଦଘାଟିତ

mahabharatanews