ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟର ୨୯ଟି ଜିଲ୍ଲାରୁ ୨୧୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୬ହଜାର ୩୪୫କୁ ବୃଦ୍ଧି ପାଇଛି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୧୨୭୪ ଚିହ୍ନଟ ହୋଇଥିବାବେଳେ ୯୨୨ ଲୋକାଲ ଆକ୍ରାନ୍ତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନା ଦେଇଛି ।
ଖୋର୍ଦ୍ଧାରୁ ସର୍ବାଧିକ ୨୫୯ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୧୦୭, ବାଲେଶ୍ବରରୁ ୧୦୪, ବରଗଡରୁ ୮୦, ଭଦ୍ରକରୁ ୧୬, ବଲାଙ୍ଗିରରୁ ୭୧, ବୌଦ୍ଧରୁ ୩୨, କଟକରୁ ୧୭୫, ଢେଙ୍କାନାଳରୁ ୩୩, ଗଜପତିରୁ ୭, ଗଞ୍ଜାମରୁ ୧୩, ଜଗତସିଂହପୁରରୁ ୮୬, ଯାଜପୁରରୁ ୧୧୩, ଝାରସୁଗୁଡାରୁ ୭୧, କଳାହାଣ୍ଡିରୁ ୯୪, କନ୍ଧମାଳରୁ ୩୪, କେନ୍ଦ୍ରାପଡାରୁ ୮୨, କେଉଁଝରରୁ ୬୭, କୋରାପୁଟରୁ ୨୯, ମାଲକାନଗିରିରୁ ୧୧୯, , ନବରଙ୍ଗପୁରରୁ ୫୦, ନୟାଗଡରୁ ୨୦, ନୂଆପଡାରୁ ୧୦୮, ପୁରୀରୁ ୭୭, ରାୟଗଡାରୁ ୧୪, ସମ୍ବଲପୁରରୁ ୩୭, ସୋନପୁରରୁ ୭୦, ସୁନ୍ଦରଗଡରୁ ୧୪୦ ଜଣ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ମୋଟ ୨ ଲକ୍ଷ ୬୬ହଜାର ୩୪୫ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଲକ୍ଷ ୪୧ ହଜାର ୩୮୫ ଜଣ ସୁସ୍ଥ ହୋଇଛନ୍ତି ଓ ଏବେ ୨୩ ହଜାର ୭୮୬ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।
previous post
next post
