ଭୁବନେଶ୍ୱର: ଆଜି ରାଜ୍ୟରେ ସର୍ବାଧିକ ୨୩୭ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟାୀ ମୋଟ ସୁସ୍ଥଙ୍କ ସଂଖ୍ୟା ୩୫୩୪ରେ ପହଁଚିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ୨୩୭ ସୁସ୍ଥଙ୍କ ମଧ୍ୟରୁ କଟକର ସର୍ବାଧିକ ୭୦ ଜଣ, ଖୋର୍ଧାରୁ ୫୪, ଜଗତସିଂହପୁରରୁ ୨୦, କନ୍ଧମାଳରୁ ୧୯, ଗଞ୍ଜାମରୁ ୧୭, ଭଦ୍ରକ ଓ ମୟୂରଭଞ୍ଜରୁ ୯ ଜଣ ଲେଖାଏଁ, କେଉଁଝରରୁ ୮, ଡେଙ୍କାନାଳ, ପୁରୀରୁ ୭ଜଣ ଲେଖାଏଁ, ନୟାଗଡ ଓ କେନ୍ଦ୍ରପଡାରୁ ୪ ଜଣ ଲେଖାଏଁ, କଳାହାଣ୍ଡି, ମାଲକାନଗିରି ଓ ସମ୍ବଲପୁରରୁ ୨ଜଣ ଲେଖାଏଁ ଏବଂ ବୌଦ୍ଧ, ଝାରସୁଗୁଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
