ଓଡିଶା

ପୁରୀରେ ପହଞ୍ଚିଲା ରଥ ଦଉଡି଼

(ପୁରୀ) : ମହାପ୍ରଭୁଙ୍କ ରଥ ଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ରଥ ଦଉଡି଼ । ସମୁଦାୟ ୨୬ଟି ଦଉଡ଼ି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପହଞ୍ଚିଛି। ପୁରୀ ବୀରପ୍ରତାପପୁରରେ ଥିବା ଓଡ଼ିଶା ସମବାୟ କତା ନିଗମ ପକ୍ଷରୁ ପ୍ରସ୍ତୁତ କରାଯାଇଛି ଏହି ଦଉଡ଼ିକୁ। ପ୍ରାୟ ଏକ ମାସ ଧରି ୧୪ ଜଣ କାରିଗର ଏହି ରଥ ଦଉଡି ପ୍ରସ୍ତୁତିରେ ଲାଗିଥିଲେ।

ସୂଚନାନୁଯାୟୀ, ତିନିରଥ ପାଇଁ ୧୪ ଖଣ୍ଡ ରଥଟଣା ଦଉଡି ଥିବାବେଳେ ଆଉଟର୍, ଇନର୍, ଜେନେରାଲ୍ ଓ ପୁଲିସ ପାଇଁ ତିନୋଟି ଲେଖାଏଁ ସମୁଦାୟ ୧୨ଟି ଦଉଡ଼ି ରହିଛି। ରଥଟଣା ପାଇଁ ରଥ ଦଉଡ଼ିର ଲମ୍ବ ୨୨୦ ଫୁଟ, ଗୋଲେଇ ୮ ଇଞ୍ଚ ରହିଛି। ସେହିପରି ଅନ୍ୟ ଦଉଡି଼ର ଗୋଲେଇ ଚାରି ଇଞ୍ଚ ଥିବା କହିଛନ୍ତି ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ରଥ ତତ୍ତ୍ୱା ବଧାରକ ସୁଦର୍ଶନ ମେକାପ। ଆସନ୍ତା ଜୁୁଲାଇ ୭ ତାରିଖରେ ପୁରୀରେ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା।

Related posts

ଅକ୍ଟୋବର ୨୫ ତାରିଖକୁ ସରକାରୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର

mahabharatanews

ମୋବାଇଲ ଦୋକାନରେ ବଡ଼ ଧରଣର ଅଗ୍ନିକାଣ୍ଡ

mahabharatanews

ୱାର୍ଡ ମେମ୍ବରଙ୍କ ସହ ଧାରଣା ଦେଲେ ସରପଞ୍ଚ

mahabharatanews