ଓଡିଶା

ରାଜ୍ୟରେ  କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭

ଭୁବନେଶ୍ବର: ରାଜ୍ୟରେ କରୋନାଜନିତ ମୃତ୍ୟୁ ୨୭ରେ ପହଞ୍ଚିଛି । ଆଜି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ରାଜ୍ୟରେ ଆଉ ଦୁଇଜଣଙ୍କର କରୋନାରେ ମୃତ୍ୟୁ ହେବା ପରେ ଏହି ମୃତ୍ୟୁସଂଖ୍ୟା ୨୭ ହୋଇଛି । ଏହା ବ୍ୟତୀତ ଆଉ ୨୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୪୫ରେ ପହଞ୍ଚିଛି । ୨୨୯ ଚିହ୍ନଟଙ୍କ ମଧ୍ୟରୁ ୧୯୩ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।
୨୨୯ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୯୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୨୨ଜଣ , ଖୋର୍ଦ୍ଧା ଜିଲ୍ଲାରୁ ୨୧ଜଣ, ସୁନ୍ଦଗଡ ଜିଲ୍ଲାରୁ ୧୭ଜଣ, କଟକ ଜିଲ୍ଲାରୁ ୧୨ଜଣ, ଝାରସୁଗୁଡା ଜିଲ୍ଲାରୁ ୧୦, ଅନୁଗୁଳ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ, ବଲଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, ଦେଓଗଡ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, କେନ୍ଦୁଜର ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୪ଜଣ ଓ ଚିହ୍ନଟ ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୫୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୩୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୫ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୮ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Related posts

ଅନୁପ ସାଏଙ୍କୁ ଆଜୀବନ କାରାଦଣ୍ଡାଦେଶ

mahabharatanews

ମାଡି ଆସୁଛି ଅସାନି: ପୁରୀଠାରୁ ୬୮୦ କିଲୋମିଟର୍‌ ଦୂରରେ ରହିଛି ବାତ୍ୟା

mahabharatanews

ରବିବାର ରୁ ଅନୁଷ୍ଠିତ ହେବାକୁ ଯାଉଛି ଷ୍ଟ୍ରିଟ୍ କାର୍ଣ୍ଣିଭାଲ ବା ରାସ୍ତା ପାର୍ଶ୍ୱ ମେଳା

mahabharatanews