ଓଡିଶା

ମାଲକାନଗିରିରେ ୨୯ ଯବାନ କରୋନା ପଜିଟିଭ

(ସୂର୍ଯ୍ୟକାନ୍ତ ବେହେରା/ମାଲକାନଗିରି): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜ୍ୟର ୨୨ଟି ଜିଲ୍ଲାରୁ ଆଉ ୨୦୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରୁ ସର୍ବାଧିକ ୩୬ ଜଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୯ ଜଣ ବିଏସଏଫ ଯବାନ ହୋଇଥିବା ବେଳେ ଅବଶିଷ୍ଟ ୭ ଜଣ ବାହାର ରାଜ୍ୟ ଫେରନ୍ତା ବୋଲି ଜଣାପଡିଛି । ଏନେଇ ମାଲକାନାଗିରି ଜିଲ୍ଲାପାଳ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହି ଯବାନମାନେ ବିହାର, ଝାଡ଼ଖଣ୍ଡ, କର୍ଣ୍ଣାଟକ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ରାଜସ୍ଥାନ, ତ୍ରିପୁରା, ଉତ୍ତରପ୍ରଦେଶ ଓ କଲିକତାରୁ ଫେରି କ୍ୱାରେଣ୍ଟାଇନରେ ଥିଲେ । ଏବେ ଚିହ୍ନଟ ହୋଇଥିବା ସମସ୍ତ ପଜିଟିଭଙ୍କୁ ଚିକିତ୍ସା ପାଇଁ କୋଭିଡ ହସପିଟାଲକୁ ପଠାଯାଇଛି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ମାଲକାନଗିରି ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୬ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୫୨ ଜଣ ସୁସ୍ଥ ହୋଇଥିବା ବେଳେ ୪୪ ଜଣ ବିଭିନ୍ନ କୋଭିଡ ହସପିଟାଲରେ ଚିକିତ୍ସିତ ହେଉଛନ୍ତି ।

Related posts

ସହିଦ ଯବାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି, ଘୋଷଣା କଲେ ୨୫ ଲକ୍ଷ ଟଙ୍କା ଲେଖା ଅନୁକମ୍ପା ରାଶି

mahabharatanews

କୋଭିଡ ୧୯ ସମୟରେ ଦେଶରେ ନିରନ୍ତର ସେବା ଯୋଗାଉଛି ଏନଟିପିସି: ସିଏମ୍ଡି ଗୁରୁଦୀପ ସିଂ

mahabharatanews

କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା

mahabharatanews