ଭୋପାଳ: କୂଅରେ ପଡ଼ି ୩ ଜଣଙ୍କର ମୃତ୍ୟୁ । ମଧ୍ୟପ୍ରଦେଶର ବିଦିଶା ଜିଲ୍ଲା ସଦର ମହକୁମା ଠାରୁ ପ୍ରାୟ ୫୦ କିଲୋମିଟର ଦୂର ଗଞ୍ଜ ବସୋଦାର ଏକ କୂଅରେ ୩୨ ଜଣ ଖସିପଡିଥିଲେ । ସେମାନଙ୍କ ମଧ୍ୟରୁ ୧୯ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୧୦ ଜଣ କୂଅରେ ଫସି ରହିଛନ୍ତି ।
ଗୁରୁବାର ବିଳମ୍ବିତ ରାତିରେ କୂଅରେ ଜଣେ ବାଳକ ଖସି ପଡିଥିଲା । ବାଳକଟିକୁ ଉଦ୍ଧାର କରିବାକୁ କୂଅ ଚାରିପାଖରେ ଲୋକଙ୍କ ଭିଡ ଜମିଥିଲା । ଏହି ସମୟରେ କୂଅ ଚାରି ପାଖରେ ନିର୍ମିତ ଚାନ୍ଦିନୀ ଭୁଶୁଡି ପଡିଲା । ଫଳରେ କୂଅ ଭିତରେ ୩୨ ଜଣ ଖସି ପଡିଥିଲେ । ସେମାନଙ୍କ ମଧ୍ୟରୁ ୨୨ଜଣଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର ୨୨ ଜଣଙ୍କ ମଧ୍ୟରୁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୪ ଜଣ ସାମାନ୍ୟ ଆହତ ହୋଇଛନ୍ତି ଓ ୫ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏପର୍ଯ୍ୟନ୍ତ ଉଦ୍ଧାର କାର୍ଯ୍ୟ ଚାଲିଛି । ଘଟଣାସ୍ଥଳରେ ଜିଲ୍ଲାପାଳ ଓ ଏସ୍ପିଙ୍କ ସମେତ ଆହୁରି ଅନେକ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଛନ୍ତି।
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ ପ୍ରଶାସନିକ ଅଧିକାରୀଙ୍କ ସହିତ ଯୋଗେଯୋଗରେ ଅଛନ୍ତି। ଆହତ ଲୋକଙ୍କୁ ମାଗଣାରେ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ବେଳେ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦିଆଯିବ ବୋଲି ଘୋଷଣା କରିଛନ୍ତି।
