ଓଡିଶା

ଜୁଲାଇ ୨୪ ତାରିଖରୁ +୩ ଫାଇନାଲ ସେମିଷ୍ଟର ପରୀକ୍ଷା

ଭୁବନେଶ୍ୱର: ଜୁଲାଇ ୨୪ ତାରିଖରୁ ଯୁକ୍ତ ୩ ଫାଇନାଲ ସେମିଷ୍ଟର ପରୀକ୍ଷା ଅନୁଷ୍ଠିତ ହେବ । ସେହିଭଳି ଅଗଷ୍ଟ ୨୦ ତାରିଖରୁ ପିଜି ଫାଇନାଲ ସେମିଷ୍ଟର ପରୀକ୍ଷା ହେବ । ସେପ୍ଟେମ୍ବରରୁ ଅକ୍ଟୋବର ମାସ ମଧ୍ୟରେ ଏକକ ପିଜି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ ବୋଲି ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି । କଲେଜ କୁଳପତିମାନଙ୍କ ସହ ଆଲୋଚନା କରିବା ପରେ ମନ୍ତ୍ରୀ ଏହି ସୂଚନା ପ୍ରଦାନ କରିଛନ୍ତି । ଏହାସହ କଲେଜଗୁଡିକରେ ଏକ ତୃତୀୟାଂଶ କର୍ମଚାରୀଙ୍କୁ ନେଇ କାମ କରିବାକୁ ପରାମର୍ଶ ଦିଆଯାଇଛି। ପ୍ରତି ୧୫ ଦିନରେ ଥରେ କୁଳପତିଙ୍କ ସହ ସମୀକ୍ଷା ବୈଠକ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

ଆଜି ପୂର୍ବାହ୍ନରେ ଭିଡିଓ କନଫରେନ୍ସିଂ ଜରିଆରେ କୁଳପତିମାନଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଆଲୋଚନା କରିଥିଲେ । ଲୋକସେବା ଭବନରେ ବିଭାଗୀୟ ମନ୍ତ୍ରୀ, ସଚିବ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଉପାଧ୍ୟକ୍ଷ ପ୍ରମୁଖ ଉପସ୍ଥିତ ଥିଲେ । ଲକ୍ ଡାଉନ୍ ହେତୁ ଜୁନ୍ ୧୭ ଯାଏଁ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ତେବେ ୟୁଜିସି ଗାଇଡ୍ ଲାଇନ୍ ମୁତାବକ ରାଜ୍ୟରେ ଚଳିତ ଶିକ୍ଷାବର୍ଷ ପାଇଁ କେବେ ଓ କିପରି ପରୀକ୍ଷା କରାଯିବ ସେନେଇ ଆଲୋଚନା ହୋଇଥିଲା ।

Related posts

ହାଇକୋର୍ଟରେ ରାଜ୍ୟରେ ହାତୀ ମୃତ୍ୟୁ ସମ୍ପର୍କିତ ମାମଲା

mahabharatanews

୩ ଶହ ତଳେ ରହିଛି କରୋନା ସଂକ୍ରମଣ; ୨୦୩ କରୋନା ଆକ୍ରାନ୍ତ ଚିହ୍ନଟ

mahabharatanews

 ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ୫-ଟି ସଚିବ 

mahabharatanews