(କୋଲକତା) : ରେଳ ଦୁର୍ଘଟଣାରେ ଆହତଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। କଟକ ଏସସିବିରେ ପହଞ୍ଚି ଆହତଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ଚିକିତ୍ସା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି । ଏହା ପରେ ମମତା ପ୍ରତିକ୍ରିୟା ରଖି କହିଛନ୍ତି, ୩୧ ଜଣ ଏବେ ବି ନିଖୋଜ ଅଛନ୍ତି, ୧୦୩ ମୃତଦେହ ଚିହ୍ନଟ ହୋଇଛି। ୯୭ ଜଣ ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ଏପର୍ଯ୍ୟନ୍ତ ୮୭ ମୃତଦେହ ପଶ୍ଚିମବଙ୍ଗରେ ପହଞ୍ଚିଛି ।

ସୂଚନାନୁଯାୟୀ ,ବାଲେଶ୍ବରଠାରୁ ୨୨ କିମି ଦୂର ବାହାନଗା ରେଳ ଷ୍ଟେସନ୍ଠାରେ ଘଟିଥିବା ଭୟାନକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଘଟଣାସ୍ଥଳରେ ମୃତକଙ୍କ ପରିବାର ପହଂଚିଛନ୍ତି । ଯେଉଁମାନେ ମୃତକଙ୍କୁ ଚିହ୍ନଟ କରୁଛନ୍ତି, ସେମାନଙ୍କୁ ମୃତଦେହ ହସ୍ତାନ୍ତର କରାଯାଉଛି। ସ୍ଥାନୀୟ ସୂତ୍ର ଅନୁସାରେ ମୃତକଙ୍କ ସଂଖ୍ୟା ଏଯାବତ୍ ୨୭୮ ଟପି ଯାଇଥିବା ଜଣାପଡ଼ିଛି।
