ଓଡିଶା

ରାଜ୍ୟରେ ଆଉ ୩୨୧୯ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଆଜି ମଧ୍ୟ ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ଚିହ୍ନଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୧୯ ରହିଛି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୯୩୧ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୨୮୮ ରହିଛନ୍ତି । ଏନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ । ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୩୧ ଜଣ ସଂକ୍ରମିତ ରହିଥିବା ବେଳେ କଟକରୁ ୪୦୦ ରହିଛନ୍ତି । ଗଞ୍ଜାମ ସ୍ଥିତିରେ ଧୀରେ ଧୀରେ ସୁଧାର ଆସୁଛି । ୨୪ ଘଣ୍ଟାରେ ଗଞ୍ଜାମରୁ ୧୬୯ ଚିହ୍ନଟ ହୋଇଛନ୍ତି ।
ସେହିପରି ରାଜ୍ୟରେ ୩୪୮୪ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ସଂକ୍ରମିତ ସଂଖ୍ୟା ୧୦୯୭୮୦ ଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୮୦୭୭୦ ରହିଛି । ୨୮୪୪୩ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୮୯୧୦୯୯ କ୍ୟୁମୁଲେଟିଭ ଟେଷ୍ଟ ହୋଇଛି ।

Related posts

ସୋନପୁରର ମାଣିକେଶ୍ୱରୀ ପ୍ଲଟ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ

mahabharatanews

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି

mahabharatanews

କୁଆପଥର ଓ ଘୁର୍ଣ୍ଣିଝଡରେ କ୍ଷତିଗ୍ରସ୍ତ ୨୧ ଆଦିବାସୀ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୬ ଲକ୍ଷ ୩୦ ହଜାର ଟଙ୍କା ସହାୟତା ଘୋଷଣା

mahabharatanews